ଦିନକୁ ଦିନ ରାଜ୍ୟରେ ବୃଦ୍ଧି ପାଇବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ଭୁବନେଶ୍ୱରରୁ ୩୦୭ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୩୦୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୭୩୨ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ୩୦୭ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୩୫ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୭୨ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହା ସହିତ ଆଜି ୩୦୧ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି ।
ସୂଚନା ମୁତାବକ, ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ମୋଟ ୧୦ ହଜାର ୭୩୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୬୩୫ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଏବଂ ସମୁଦାୟ ୪୨ ଜଣଙ୍କର ମୃତ୍ୟୁ ଘଟିଛି । ତାହାସହିତ ୪୦୪୩ ଜଣ ଆକ୍ରାନ୍ତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0