spot_img

ଭୁବନେଶ୍ୱରରୁ ପୁଣି ୩୪୨ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୪୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୪୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯୩୩ରେ ପହଞ୍ଚିଛି । ଗରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୯୮ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୩୮୭ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬୯୩୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୫୬୮ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୨୨୮୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular