ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୪୫ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୪୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୯୨୪୩ରେ ପହଞ୍ଚିଛି । ମଙ୍ଗଳବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୦୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୪୪ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୪୧୨ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୯୨୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୮୦୬ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୫୩୫୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୬୯ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0