spot_img

ଭୁବନେଶ୍ୱରରୁ ୩୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୫୧ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୫୯୧ରେ ପହଞ୍ଚିଛି । ଗରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୩ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୪୭୧ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬୫୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୬୧୩ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୧୯୦୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୬୪ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular