spot_img

ରାଜଧାନୀରେ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ରେକର୍ଡ଼ ସଂଖ୍ୟକ ୩୭୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୧୬୬ କ୍ୱାରେଣ୍ଟିଇନରୁ ଓ ୧୬୬ ଲୋକାଲ କେସ । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ କରି ସୂଚନା ଦେଇଛି । ଏହାଛଡ଼ା ୧୫୦ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।

 

ବାଣୀବିହାର ପଥରବନ୍ଧରୁ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ନିଳାଦ୍ରି ବିହାରରୁ ୬, ଡ଼ୁମୁଡ଼ୁମାରୁ ୫, ସରକନ୍ତରାରୁ ୫, ନୀଳାଦ୍ରି ବିହାର ପଣ୍ଡା ପାର୍କ ଅଞ୍ଚଳରୁ ୫, ୟୁନିଟ-୬ ରାଧାକୃଷ୍ଣ ବସ୍ତିରୁ ୫ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆଜି ସୁଦ୍ଧା ବିଏମସି ଅଞ୍ଚଳରୁ ୬୦୭୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେଥିରୁ ୩୦ ଜଣଙ୍କ ମୃତୁ୍ୟ ଘଟିଥିବା ବେଳେ ୩୮୪୦ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular