ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୭୬ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୭୬ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୦୬୫ରେ ପହଞ୍ଚିଛି । ସୋମବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୪୫ ଜଣ ରହିଥିବା ବେଳେ ୨୩୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୪୨୦ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
Update on newly detected & cured #COVID19 cases in the last 24 hrs under the BMC area on 8th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/IMfgN6H7Um— BMC (@bmcbbsr) September 8, 2020
ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୦୬୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୫୩ଟି ଆକ୍ଟିଭ୍ କେସ ରହିଥିବା ବେଳେ ୮୯୪୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୫୦ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0