ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୯୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୯୫ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୬୨୪୦ରେ ପହଞ୍ଚିଛି । ଗରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୧୬ ଜଣ ଚିହ୍ନଟ ହୋଇଥିବା ବେଳେ ୨୭୯ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୬୦୪ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୬୨୪୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୭୩୫ଟି ଆକ୍ଟିଭ୍ କେସ ରହିଥିବା ବେଳେ ୧୧୪୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୬୨ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 3
Total Visitors : 130169
Total Views : 9891615
Visitors Online Now : 0