ଭୁବନେଶ୍ୱର ୧୪ ।୦୭: ରାଜ୍ୟରେ ଆଉ ୪ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ମୃତକଙ୍କ ସଂଖ୍ୟା ୭୪ରେ ପହଁଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଜରିଆରେ ସୂଚନା ଦିଆଯାଇଛି। ମୃତଙ୍କ ମଧ୍ୟରେ କଟକ, ଖୋର୍ଦ୍ଧା, ଗଞ୍ଜାମ ଓ ଭୁବନେଶ୍ବର ମହାନଗର ଅଞ୍ଚଳରୁ ଜଣେ ଲେଖାଏଁ ସଂକ୍ରମିତ ରହିଛନ୍ତି। କଟକର ଜଣେ ୭୧ ବର୍ଷୀୟ ବୃଦ୍ଧ, ଖୋର୍ଦ୍ଧାର ଜଣେ ୪୦ ବର୍ଷୀୟ ବୃଦ୍ଧା ଏବଂ ଭୁବନେଶ୍ୱରର ଜଣେ ୭୧ ବର୍ଷୀୟ ବୃଦ୍ଧଙ୍କ ମୃତ୍ୟୁ ଘଟିଛି । ସେହିଭଳି ଗଞ୍ଜାମରୁ ଜଣେ ୮୦ ବର୍ଷ ବୟସ୍କ ବୃଦ୍ଧଙ୍କର ମୃତ୍ୟୁ ଘଟିଛି। ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୪୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୪୨୮୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୫୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0