ଆଜି ଓଡିଶା ସମେତ ଉତ୍ତର ଓଡିଶାର କିଛି ସ୍ଥାନରେ ବିଜୁଳି ଘଡଘଡି ସାଙ୍ଗକୁ ସ୍ୱଳ୍ପରୁ ମଧ୍ୟମ ଧରଣ ବର୍ଷା ହେବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାରିପାଗ ବିଜ୍ଞାନ କେନ୍ଦ୍ର। ପାଣିପାଗ ବିଭାଗର କହିବାନୁଯାୟୀ ଆଜି ରାୟଗଡା, ନୟାଗଡ, କନ୍ଧମାଳ ଏବଂ ଗଞ୍ଜାମ ଆଦି କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା।
କେନ୍ଦ୍ରର ସୂଚନା ଅନୁସାରେ, ଆଜି ଗଞ୍ଜାମ, କନ୍ଧମାଳ, ନୟାଗଡ଼ ଓ ରାୟଗଡ଼ାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଏଥିସହ ମାଲକାନଗିରି, କୋରାପୁଟ, କଳାହାଣ୍ଡି, ଗଜପତି, ବୌଦ୍ଧ ଓ ପୁରୀ ଜିଲ୍ଲାରେ କିଛି ସ୍ଥାନରେ ପ୍ରବଳ ବର୍ଷା ହେବ। ସେହିପରି ଉତ୍ତର ଉପକୂଳ ଓଡ଼ିଶା ସମେତ କେନ୍ଦୁଝର, ମୟୂରଭଞ୍ଜ, ସୁନ୍ଦରଗଡ଼, ଢେଙ୍କାନାଳ ଓ ଅନୁଗୁଳ ଆଦି ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ସ୍ବଳ୍ପ ବର୍ଷା ହେବ। ୫ ତାରିଖ ଅପରାହ୍ନରୁ ୬ ତାରିଖ ଦିନ ସକାଳ ଭିତରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି। ବିଶେଷକରି ଅନୁଗୁଳ, ଢେଙ୍କାନାଳ, ସମ୍ବଲପୁର, ଦେବଗଡ଼ ଓ କେନ୍ଦୁଝରରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଫଳରେ ଏସବୁ ଜିଲ୍ଲା ପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0