spot_img

ରାଜଧାନୀରୁ ପୁଣି ୪୨୭ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୪୨୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୪୨୭ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪୪୯୨ରେ ପହଞ୍ଚିଛି । ଗରୁବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୯୧ ଜଣ ଚିହ୍ନଟ ହୋଇଥିବା ବେଳେ ୨୩୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୪୦୧ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୪୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୭୭ଟି ଆକ୍ଟିଭ୍ କେସ ରହିଥିବା ବେଳେ ୯୩୫୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୫୨ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular