ଭୁବନେଶ୍ୱର : ଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୪୩ ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩୦୪୬୧ରେ ପହଞ୍ଚିଛି । ରବିବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୨ ଜଣ ରହିଥିବା ବେଳେ ୩୧ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୫୭ ଜଣ ଆରୋଗ୍ୟ ଲାଭ କରିଛନ୍ତି । ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୦୪୬୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୭୬ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୬୬୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୨୦୪ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 5
Total Visitors : 130174
Total Views : 9891621
Visitors Online Now : 0