ଭୁବନେଶ୍ବର ୦୫।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୬୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୯୦୭୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୫୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ୪୬୯ ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲା ୮ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଭଦ୍ରକ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୯୪ଜଣ, ଗଜପତି ୧୨ଜଣ, ଗଞ୍ଜାମ ୧୧୬ଜଣ, ଯାଜପୁର ଜିଲ୍ଲାରୁ ୨୫, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ , କେନ୍ଦ୍ରାପଡା ଜିଲ୍ଲାରେ ୫ଜଣ, କେନ୍ଦୁଝର ଜିଲ୍ଲାରୁ ୨୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୭ଜଣ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ ଜିଲ୍ଲାରୁ ୨୪ଜଣ, ପୁରୀ ଜିଲ୍ଲାରୁ ୮ଜଣ, ସମ୍ବଲପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ ଜିଲ୍ଲାରୁ ୬୬ଜଣ ରହିଥିବା ବେଳେ ବାତ୍ୟ ଆମ୍ଫାନ ପାଇଁ ପଶ୍ଚିମବଙ୍ଗ ଯାଇଥିବା ଘଊଜୠ ଯବାନଙ୍କ ମଧ୍ୟରୁ ୪ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0