ଆସନ୍ତା ୪୮ ଘଣ୍ଟା ମଧ୍ୟରେ ରାଜ୍ୟର ଅର୍ଦ୍ଧାଧିକ ଜିଲ୍ଲାରେ ପ୍ରବଳ ବର୍ଷା ଓ ବଜ୍ରପାତର ସମ୍ଭାବନା ରହିଛି । ଦକ୍ଷିଣ-ପୂର୍ବ ବଙ୍ଗୋପସାଗର ଏବଂ ଆଣ୍ଡାମାନ ସାଗରର କିଛି ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇ ସମୁଦ୍ର ପତ୍ତନ ଠାରୁ ୧.୫ରୁ ୫.୮ କିଲୋମିଟର ଉଚ୍ଚରେ ଅବସ୍ଥିତ ରହିଛି । ଏଥି ସହ ସମୁଦ୍ର ପତ୍ତନଠାରୁ ୧.୫ କିଲୋମିଟର ଉଚ୍ଚତାରେ ଏକ ଟ୍ରଫ ଲାଇନ ବିହାରରୁ ଉତ୍ତର ଉପକୂଳ ଓଡିଶା ପର୍ଯ୍ୟନ୍ତ ଗତିଶୀଳ ରହିଛି । ଏହାର ପ୍ରଭାବରେ ଉତ୍ତର ଓଡିଶାର ଜିଲ୍ଳା ସମେତ ବାକି ଜିଲ୍ଲା ମାନଙ୍କର ଅନେକ ସ୍ଥାନରେ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଥିବାର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ମିଳିଛି । ଏହି ସମୟରେ ଝାରସୁଗୁଡା, ସୁନ୍ଦରଗଡ, ଦେବଗଡ, ସମ୍ବଲପୁର, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ , ଢେଙ୍କାନାଳ, କଟକ, ବାଲେଶ୍ୱର, ଗଜପତି, ଗଞ୍ଜାମ, କନ୍ଧମାଳ, ନୟାଗଡ ଓ ଖୋର୍ଦ୍ଧା ଜିଲ୍ଲାରେ ବର୍ଷା ସହ ବଜ୍ରପାତ ହେବାର ସମ୍ଭବନା ରହି ଥିବାରୁ ଏହାକୁ ଦୃଷ୍ଟିରେ ରଖି ସମସ୍ତ ଜିଲ୍ଳା ପାଇଁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି ।



Visitors Today : 2
Total Visitors : 130168
Total Views : 9891613
Visitors Online Now : 0