spot_img

ଦେଶରେ ୪୯ ଲକ୍ଷ ଟପିଲା ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା

ନୂଆଦିଲ୍ଲୀ: ଭାରତରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ମଙ୍ଗଳବାର ସୁଦ୍ଧା ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟ ୪୯ ଲକ୍ଷ ୩୦ ହଜାର ଟପି ଯାଇଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ବର୍ତ୍ତମାନ ସୁଦ୍ଧା ଭାରତରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୯ ଲକ୍ଷ ୩୦ ହଜାର ୨୩୭ରେ ପହଞ୍ଚିଛି । ତାହା ମଧ୍ୟରୁ ୯ ଲକ୍ଷ ୯୦ ହଜାର ୬୧ ଜଣ ସକ୍ରିୟ ସଂକ୍ରମିତ ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୦ ହଜାର ୭୭୬ରେ ପହଞ୍ଚିଛି । ତେବେ ସବୁଠାରୁ ଆସ୍ୱସ୍ଥିକର ଖବର ହେଉଛି, ଭାରତରେ ଦିନକୁ ଦିନ ଆରୋଗ୍ୟଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ବର୍ତ୍ତମାନ ସୁଦ୍ଧା ଭାରତରେ ମୋଟ ଆରୋଗ୍ୟଙ୍କ ସଂଖ୍ୟ ୩୮ ଲକ୍ଷ ୫୯ ହଜାର ୪୦୦ରେ ପହଞ୍ଚିଛି । ଉଲ୍ଲେଖଯୋଗ୍ୟ, ଗତ ୨୪ ଘଣ୍ଟାରେ ଭାରତରେ ୮୩ ହଜାର ୮୦୯ ନୂଆ ମାମଲା ସାମ୍ନାକୁ ଆସିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular