ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୪୩୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୫୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୩ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ଜଣେ ଏବଂ ନୟାଗଡ ଜିଲ୍ଲାରୁ ଜଣେ ରହିଛନ୍ତି ।



Visitors Today : 6
Total Visitors : 130175
Total Views : 9891622
Visitors Online Now : 0