spot_img

ରାଜ୍ୟରେ ଆଉ ୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର ରାଜ୍ୟରେ ବଢିବାରେ ଲାଗିଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୩୭୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୭୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୫ ମୃତକଙ୍କ ମଧ୍ୟରୁ କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି, ମୟୁରଭଞ୍ଜ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular