spot_img

ରାଜ୍ୟରେ ୫୦୦ ଟପିଲା କରୋନା ମୃତ୍ୟୁ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୧୧ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୦୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି । ଏହି ୧୧ ମୃତକ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା, ପୁରୀ ଓ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ସେହିପରି କଟକ, ଗଞ୍ଜମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି ।

 

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୬୫୬୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮୭୧୯ ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ୭୭୨୮୮୬ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୩୯୮୫୪ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular