ଭୁବନେଶ୍ୱର, ୧୮।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୯୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ତେବେ ଆଜି ଚିହ୍ନଟ ହୋଇଥିବା ୫୯୧ଜଣ କରୋନା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୧୩ଜଣ, ବରଗଡ ଜିଲ୍ଲାରୁ ୩୫ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୯ଜଣ, ବୌଦ୍ଧ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩୮ଜଣ, ଦେଓଗଡ ଜିଲ୍ଲାରୁ ୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୮୨ଜଣ, ଜଗତସିଂହପୁର ଜିଲ୍ଲାରୁ ୨୨ଜଣ, ଯାଜପୁର ଜିଲ୍ଲାରୁ ୧୯ଜଣ, ଝାରସୁଗୁଡା ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୮ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨୧ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୮ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୨ଜଣ, ନୟାଗଡ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରିୁ ୨୦ଜଣ, ସୁନ୍ଦରଗଡ ଜିଲ୍ଲାରୁ ୧୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୭୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୨୫୯ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୧୩୩୦ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୭୭୮୯୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0