ପ୍ରତିଦିନ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଚିନ୍ତା ମଧ୍ୟ ବଢିଚାଲିଛି । ଆଜି ପୁଣି ରାଜ୍ୟରେ ୫୨୭ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଥିବା ବେଳେ ଏମାନଙ୍କ ଭିତରୁ ୩୩୮ ଜଣ ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଛନ୍ତି ଏବଂ ବାକି ୧୮୯ ଜଣ ଆକ୍ରାନ୍ତ ହେଉଛନ୍ତି ସ୍ଥାନୀୟ ଅଂଚଳର । ତେବେ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ୬୨୪କୁ ବୃଦ୍ଧି ପାଇଛି ଆଜି ରାଜ୍ୟର ୨୬ଟି ଜିଲ୍ଲାରୁ ୫୨୭ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରେ ସର୍ବାଧିକ ଗଂଜାମ ଜିଲ୍ଲାରୁ ୨୧୫ ଜଣ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଅନୁଗୁଳରୁ ୧, ବାଲେଶ୍ୱରରୁ ୨୬, ବରଗଡରୁ ୧, ଭଦ୍ରକରୁ ୨, ବଲାଙ୍ଗିରରୁ ୨୧ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ସେହିପରି କଟକରୁ ୧୭, ଢେଙ୍କାନାଳରୁ ୧, ଗଜପତିରୁ ୩, ଜଗତସିଂହପୁରରୁ ୪, ଯାଜପୁରରୁ ୨୫, ଝାରସୁଗୁଡାରୁ ୪, କେନ୍ଦ୍ରାପଡାରୁ ୫, କେନ୍ଦୁଝରରୁ ୭, ଖୋର୍ଧାରୁ ୫୦, କୋରାପୁଟରୁ ୬, ମାଲକାନଗିରିରୁ ୩, ମୟୂରଭଂଜରୁ ୧୦, ନବରଙ୍ଗପୁରରୁ ୩, ନୟାଗଡରୁ ୧୮, ପୁରୀରୁ ୧୬, ରାୟଗଡାରୁ ୧, ସମ୍ବଲପୁରରୁ ୧, ସାଲେପୁର ୫ ଏବଂ ସୁନ୍ଦରଗଡରୁ ୭୮ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି । ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0