spot_img

୨୪ ଘଣ୍ଟା ଭିତରେ ରାଜ୍ୟରେ ୫୨୯ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର: ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୨୯ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୩୦୮ ଜଣ ସଙ୍ଗରୋଧ କେନ୍ଦ୍ରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ସଂକ୍ରମଣରୁ ୨୨୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିଭିତରେ ୧୮ ବର୍ଷରୁ କମ୍ ବୟସ୍କ ୬୨ ଜଣ ଶିଶୁ ଓ କିଶୋର କରୋନା ପଜିଟିଭ ଅଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୭୪ ଜଣ ଆକ୍ରାନ୍ତ ଥିବା ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ତଥ୍ୟ ପ୍ରଦାନ କରାଯାଇଛି।ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳରୁ ୩ ଜଣ, ବାଲେଶ୍ୱରରୁ ୨୦ ଜଣ, ଭଦ୍ରକରୁ ୩ ଜଣ, ବରଗଡ଼ରୁ ୧ ଜଣ, ବଲାଙ୍ଗୀରରୁ ୧ ଜଣ, କଟକରୁ ୩୭ ଜଣ, ଦେବଗଡ଼ରୁ ୧ ଜଣ, ଗଜପତିରୁ ୩ ଜଣ, ଗଞ୍ଜାମରୁ ୬ ଜଣ, ଜଗତସିଂହପୁରରୁ ୮ ଜଣ, ଯାଜପୁରରୁ ୧୫ ଜଣ, ଝାରସୁଗୁଡ଼ାରୁ ୨ ଜଣ, କେନ୍ଦ୍ରାପଡ଼ାରୁ ୧୧ ଜଣ, କେନ୍ଦୁଝରରୁ ୭ ଜଣ, ଖୋର୍ଦ୍ଧାରୁ ୨୭୪ ଜଣ, କୋରାପୁଟରୁ ୨ ଜଣ, ମୟୁରଭଞ୍ଜରୁ ୨୩ ଜଣ, ନୟାଗଡ଼ରୁ ୭ ଜଣ, ନୂଆପଡ଼ାରୁ ୬ ଜଣ ପୁରୀରୁ ୧୩ ଜଣ, ରାୟଗଡ଼ାରୁ ୧ ଜଣ, ସମ୍ୱଲପୁରରୁ ୧୧ ଜଣ, ସୁନ୍ଦରଗଡ଼ରୁ ୧୦ ଜଣ ଓ ଷ୍ଟେଟ ପୁଲରୁ ୬୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି।
ବର୍ତ୍ତମାନ ପର୍ଯ୍ୟନ୍ତ ରାଜ୍ୟରେ ୧୦ ଲକ୍ଷ ୩୨ ହଜାର ୬୩୭ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୧୦ ଲକ୍ଷ ୧୯ ହଜାର ୨୧୮ ଜଣ ସୁସ୍ଥ ହୋଇଛନ୍ତି। ଏବେ ବି ୫ ହଜାର ୧୪୧ ଜଣ ସକ୍ରିୟ ସଂକ୍ରମିତ ଅଛନ୍ତି।

LEAVE A REPLY

Please enter your comment!
Please enter your name here

- Advertisment -

Most Popular