ଭୁବନେଶ୍ବର ୦୯।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୫୭୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୨୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୬୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୋଳର ୭, ବାଲେଶ୍ୱରର ୩୦, ଭଦ୍ରକରୁ ୨, କଟକରୁ ୧୪, ଢେଙ୍କାନାଳ ୪, ଗଜପତିରୁ ୧୭, ଗଞ୍ଜାମରୁ ୨୬୦, ଜଗତସିଂପୁରରୁ ୭, ଯାଜପୁରରୁ ୯, ଝାରସୁଗୁଡାରୁ ୧, କେଉଁଝରରୁ ୪୮, ଖୋର୍ଦ୍ଧାରୁ ୫୬, କୋରାପୁଟରୁ ୬, ମାଲକାନଗିରିରୁ ୧, ମୟୂରଭଞ୍ଜରୁ ୧୪, ନୟାଗଡରୁ ୧, ପୁରୀରରୁ ୫, ସମ୍ବଲପୁରରୁ ୩ ଓ ସୁନ୍ଦରଗଡରୁ ୮୩ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୧୨୦୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୪୧୨୮ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୭୦୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେସୁଦ୍ଧା ରାଜ୍ୟରେ ୩୧୪୯୮୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0