spot_img

ରାଜ୍ୟରେ କରୋନା ନେଲା ଆଉ ୬ ମୁଣ୍ଡ, ମୃତ୍ୟୁସଂଖ୍ୟା ୪୮ ଛୁଇଁଲା

ଭୁବନେଶ୍ୱର ୦୮ ।୦୭: ରାଜ୍ୟରେ ଦିନକୁ ଦିନକ ଭୟଙ୍କର ହୋଇଚାଲିଛି କରୋନା ଭାଇରସ । ଆଜି ରାଜ୍ୟରେ ଆଉ ୬ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁସଂଖ୍ୟା ୪୮ରେ ପହଁଚିଛି ।ଆଜି ରାଜ୍ୟରେ ୬ଜଣ କରୋନା ଆକ୍ରାନ୍ତଙ୍କ ମୃତ୍ୟ ହୋଇଛି । ଯାହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନାରେ ମୃତ୍ୟୁ ସଂଖ୍ୟା ୪୮କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଗଞ୍ଜାମରେ ୩ ଜଣ ହୋଇଥିବା ବେଳେ କେନ୍ଦ୍ରାପଡ଼ା, ଖୋର୍ଦ୍ଧା ଓ ରାୟଗଡ଼ାରେ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ ହୋଇଛି । ବର୍ତ୍ତମାନ ସୁଦ୍ଧା ଗଞ୍ଜାମ ଜିଲ୍ଲାରେ ସର୍ବାଧିକ କରୋନା ଜନିତ ମୃତ୍ୟୁ ହୋଇଛି ।ସୂଚନାଯୋଗ୍ୟ ଯେ, ଆଜି ରାଜ୍ୟରେ ରାଜ୍ୟରେ ଆଉ ୫୨୭ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଯାହାକୁ ମିଶାଇ ବର୍ତ୍ତମାନ ସୁଦ୍ଧା ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦୬୨୪ରେ ପହିଞ୍ଚିଛି । ଏଥିମଧ୍ୟରୁ ୩୮୬୦ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୬୭୦୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୪୮ଜଣଙ୍କ କରୋନା ଜନିତ ମୃତ୍ୟୁ ହୋଇସାରିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular