spot_img

୬୦ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା , ରାଜ୍ୟରେ ସର୍ବାଧିକ ୨୯୨୪ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୩୦ ଜିଲ୍ଲାରୁ ସର୍ବାଧିକ୨୯୨୪ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୧୮୧୫ ଲୋକାଲ କଣ୍ଟାକ୍ଟରୁ ୧୧୦୯ । ରାଜ୍ୟରେ ମୋଟ କରୋନା ଆକ୍ରାନ୍ତ ସଂଖ୍ୟା ୬୦ ହଜାର ୫୦ କୁ ବୃଦ୍ଧି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ପିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୭ଜଣ, ବରଗଡ଼ ଜିଲ୍ଲାରୁ ୪୮ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ୨୭ଜଣ, ବୌଦ୍ଧ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୧୮୯ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଜପତି ଜିଲ୍ଲାରୁ ୭୧ଜଣ, ଗଞ୍ଜାମ ଜିଲ୍ଲାରୁ ୩୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୪୭ଜଣ, ଯାଜପୁର ଜିଲ୍ଲାରୁ ୨୦୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୦ଜଣ, କଳାହାଣ୍ଡି ଜିଲ୍ଲାରୁ ୨୭ଜଣ, କନ୍ଧମାଳ ଜିଲ୍ଲାରୁ ୫୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୨୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୮୮ଜଣ, କୋରାପୁଟ ଜିଲ୍ଲାରୁ ୯୫ଜଣ, ମାଲକାନଗିରି ଜିଲ୍ଲାରୁ ୯୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୬ଜଣ, ନୟାଗଡ଼ ଜିଲ୍ଲାରୁ ୧୪୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୦ଜଣ, ପୁରୀ ଜିଲ୍ଲାରୁ ୧୪୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୧୬ଜଣ, ସମ୍ବଲପୁର ଜିଲ୍ଲାରୁ ୩୭ଜଣ, ସୋନପୁର ଜିଲ୍ଲାରୁ ୩୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୬୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୬୦୦୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୮,୯୨୮ଆକ୍ଟିଭ କେସ ରହିଥିବା ବେଳେ୪୦,୭୨୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୦୮୫୦୮ଟ ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular