spot_img

୭୦ ହଜାର ଟପିଲା କରୋନା ଆକ୍ରାନ୍ତ , ରାଜ୍ୟରେ ୨୮୯୮ ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ ୩୦ ଜିଲ୍ଲାରୁ ୨୮୯୮ ପଜିଟିଭ ଚିହ୍ନଟ ହୋଇଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୭୯୨ ଜଣ କ୍ୱରେଣ୍ଟାଇନରେ ଥିବା ବେଳେ ୧୧୦୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ରାଜ୍ୟରେ ମୋଟ ପଜିଟିଭ ସଂଖ୍ୟା ୭୦,୦୨୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୪୦ଜଣ, ବରଗଡ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୧୦୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୭୩ଜଣ, ବୌଦ୍ଧ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୨୪୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୪ଜଣ, ଗଜପତି ଜିଲ୍ଲାରୁ ୫୩ଜଣ, ଗଞ୍ଜାମ ଜିଲ୍ଲାରୁ ୨୨୬ଜଣ, ଜଗତସିଂହପୁର ଜିଲ୍ଲାରୁ ୮୪ଜଣ, ଯାଜପୁର ଜିଲ୍ଲାରୁ ୬୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୬ଜଣ, କନ୍ଧମାଳ ଜିଲ୍ଲାରୁ୬୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୭ଜଣ, କେନ୍ଦୁଝର ଜିଲ୍ଲାରୁ ୩୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୨୪ଜଣ, କୋରାପୁଟ ଜିଲ୍ଲାରୁ ୧୩୨ଜଣ, ମାଲକାନଗିରି ଜିଲ୍ଲାରୁ ୬୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୭ଜଣ, ନୟାଗଡ଼ ଜିଲ୍ଲାରୁ ୨୩୭ଜଣ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୧୦୪ଜଣ, ରାୟଗଡ଼ା ଜିଲ୍ଲାରୁ ୧୦୫ଜଣ, ସମ୍ବଲପୁର ଜିଲ୍ଲାରୁ ୭୭ଜଣ, ସୋନପୁର ଜିଲ୍ଲାରୁ ୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୦,୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୬୯୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୫୯୪୭ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular