ଭୁବନେଶ୍ୱର, ୧୭।୦୭: ରାଜ୍ୟରେ ହୁ ହୁ ହୋଇ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ୨୪ ଘଣ୍ଟା ମଧ୍ୟରେ ୭୧୮ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୧୧୦ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୯ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୨୩୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୯, ବାଲେଶ୍ୱରରୁ ୯, ବରଗଡରୁ ୪, ଭଦ୍ରକ ୧୦, କଟକରୁ ୩୨, ଢେଙ୍କାନାଳରୁ ୬, ଗଜପତିରୁ ୨୧, ଗଞ୍ଜାମରୁ ୨୩୧, ଜଗତସିଂପୁରରୁ ୧୬, ଝାରସୁଗୁଡାରୁ ୨୪, କନ୍ଧମାଳରୁ ୭, କେନ୍ଦ୍ରାପଡାରୁ ୪,କେଂଦୁଝର ୨୮, ଖୋର୍ଦ୍ଧାରୁ ୧୫୦, କୋରାପୁଟର ୨୭ ଜଣ ରହିଛନ୍ତି । ସେହିପରି ମାଲକାନଗିରିରୁ ୫୪, ମୟୂରଭଞ୍ଜରୁ ୨୨, ନବରଙ୍ଗପୁରରୁ ଜଣେ, ନୟାଗଡରୁ ୧୩, ପୁରୀରୁ ୯, ରାୟଗଡାରୁ ୧୯, ସମ୍ବଲପୁରରୁ ୭, ସୋନପୁରରୁ ୫ ଓ ସୁନ୍ଦରଗଡରୁ ୧୦ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୬୧୧୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୧୨୪ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୮୭୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୩୬୯୭୩୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 6
Total Visitors : 130579
Total Views : 9892135
Visitors Online Now : 0