spot_img

୭୫ ହଜାର ଟପିଲା ଦେଶର କରୋନା ଜନିତ ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: ସାରା ଦେଶରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ କରୋନା ଜନିତ ମୃତ୍ୟୁ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଗୁରୁବାର ଗୋଟିଏ ଦିନରେ କରୋନାରେ ୯୫,୭୩୫ ମାମଲା ସାମ୍ନାକୁ ଆସିଛି । ଏହି ମାମଲାକୁ ମିଶାଇ ଦେଶର ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୪ ଲକ୍ଷ ୬୫ ହଜାର ପାର ହୋଇଛି । ଏହା ସହିତ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ୩୪ ଲକ୍ଷ ୭୧ ହଜାର ପାର କରିସାରିଛି । ଗୋଟେପଟେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ଅନ୍ୟପଟେ ସୁସ୍ଥଙ୍କ ସଂଖ୍ୟା ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି । ମିଳିଥିବା ରିପୋର୍ଟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧୭୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ, ଏହାକୁ ମିଶାଇ ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୫ ହଜାର ପାର କରିଛି । ସମସ୍ତ ଆକ୍ରାନ୍ତଙ୍କ ମଧ୍ୟରୁ ୯ ଲକ୍ଷ ୧୯ ହଜାର ୧୮ଜଣଙ୍କର ବିଭିନ୍ନ କୋଭିଡ଼ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ୩୪ ଲକ୍ଷ ୭୧ ହଜାର ୭୮୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular