ଭୁବନେଶ୍ବର: ରାଜ୍ୟରେ ଆଜି ସର୍ବାଧିକ ୭୫୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଫଳରେ ଏବେ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧,୯୫୬କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
୨୨ଟି ଜିଲ୍ଲାରୁ ଏହିସବୁ ଆକ୍ରାନ୍ତ ଚିହ୍ନଟ ହୋଇଥିବା ଜଣାଯାଇଛି। ଆଜି ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩୨୦, ଯାଜପୁର ଜିଲ୍ଲାରୁ ୮୬, ସୁନ୍ଦରଗଡ଼ ଜିଲ୍ଲାରୁ ୬୨, କଟକ ଜିଲ୍ଲାରୁ ୫୫, ଖୋର୍ଦ୍ଧା ଜିଲ୍ଲାରୁ ୫୯, ଅନୁଗୁଳ ଜିଲ୍ଲାରୁ ୩, ବାଲେଶ୍ୱର ଜିଲ୍ଲାରୁ ୯, ବରଗଡ଼ ଜିଲ୍ଲାରୁ ୧, ଭଦ୍ରକ ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ୧୨, ଦେବଗଡ଼ ଜିଲ୍ଲାରୁ ୪, ଢେଙ୍କାନାଳ ଜିଲ୍ଲାରୁ ୪, ଗଜପତି ଜିଲ୍ଲାରୁ ୩୦, ଜଗତସିଂହପୁର ଜିଲ୍ଲାରୁ ୫, କନ୍ଧମାଳ ଜିଲ୍ଲାରୁ ୨, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫, ମାଲକାନଗିରି ଜିଲ୍ଲାରୁ ୧୮, ମୟୂରଭଞ୍ଜ ଜିଲ୍ଲାରୁ ୧୨, କେନ୍ଦୁଝର ଜିଲ୍ଲାରୁ ୩୨, ନୟାଗଡ଼ ଜିଲ୍ଲାରୁ ୧୬, ପୁରୀ ଜିଲ୍ଲାରୁ ୧୧, ସମ୍ବଲପୁର ଜିଲ୍ଲାରୁ ୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ଭିତରୁ ୨୪୭ଜଣ ସ୍ଥାନୀୟ ସଂକ୍ରମିତ ଥିବା ବେଳେ ଅବଶିଷ୍ଟ ୫୦୮ଜଣ ସଙ୍ଗରୋଧ କେନ୍ଦ୍ରର ବୋଲି ଜଣାଯାଇଛି। ଏଣେ ରାଜ୍ୟରେ ମୋଟ୍ ୭୪୦୭ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ସକ୍ରିୟ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୪୭୬ ରହିଛି।



Visitors Today : 1
Total Visitors : 130301
Total Views : 9891804
Visitors Online Now : 0