spot_img

ରାଜ୍ୟରେ ୮କରୋନା ମୃତ୍ୟୁ, ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୮ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୪୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଓ ଖୋର୍ଦ୍ଧାରୁ ସର୍ବାଧିକ ୨ ଜଣ, ରାୟଗଡ଼ା, ବଲାଙ୍ଗିର, ବରଗଡ଼ ଓ ଭଦ୍ରକ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୯୪୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୮,୮୩୬ ଆକ୍ଟିଭ କେସ୍ ରହିଥିବା ବେଳେ ୬୫,୩୨୩ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୬୧୨୦୯୭ଟି ସାମ୍ପୁଲ ଟେଷ୍ଟ ହୋଇଛି।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular