spot_img

ରାଜ୍ୟରେ ୮ କରୋନା ମୃତ୍ୟୁ , ମୋଟ ମୃତ୍ୟୁ  ସଂଖ୍ୟା ୩୮୦କୁ ବୃଦ୍ଧି

ଭୁବନେଶ୍ୱର: ରାଜ୍ୟରେ ୨୪ ଘଣ୍ଟାରେ ୮ ଜଣ କରୋନ ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ  ସଂଖ୍ୟା ୩୮୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।
୮ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୪ଜଣ, ଖୋର୍ଦ୍ଧା , ପୁରୀ, କଟକ,ଓ ଢ଼େଙ୍କାନାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ସୂଚନାଯୋଗ୍ୟ ରାଜ୍ୟରେ ମୋଟ ୭୦,୦୨୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଚନ୍ତି । ଏଥିମଧ୍ୟରୁ ୨୨୬୫୧ଟି ଆକ୍ଟିଭ କେସ୍ ରହିଥିବା ବେଳେ ୪୬୯୩୫ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୧୧୫୯୪୭ଟି ସାମ୍ପୁଲ ଟେଷ୍ଟ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular