spot_img

ଦେଶରେ ଗତ ୨୪ ଘଣ୍ଟାରେ ୮୦,୪୭୨ କରୋନା ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ ହୁ ହୁ ହୋଇ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଯଦିଓ କିଛି ଦିନ ମଧ୍ୟରେ ଚିହ୍ନଟ ହେଉଥିବା ଆକ୍ରାନ୍ତଙ୍କ ସଂଖ୍ୟା ତୁଳନାରେ ଏହା କମ, କିନ୍ତୁ ଏହି ଆକ୍ରନ୍ତଙ୍କ ସଂଖ୍ୟା ଦେଶରେ ଭୟ ଉପୁଜାଉଛି । ଗତ ୨୪ ଘଣ୍ଟାରେ ଦେଶରେ ୮୦ ହଜାର ଟପିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଏହି ୮୦ ହଜାର ୪୭୨ ଜଣ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୬୨ ଲକ୍ଷ ୨୫ ହଜାର ୭୬୩ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଏହି ମୋଟ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୫୧ ଲକ୍ଷ ୮୭ ହଜାର ୮୨୫ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ବାକି ୯୭,୪୯୭ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହି ୮୦ ହଜାର ୪୭୨ ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ସକ୍ରିୟ ସଂକ୍ରମିତଙ୍କ ସଂଖ୍ୟା ୯ ଲକ୍ଷ ୪୦ ହଜାର ୪୪୧ ରହିଛି । ସେହିପରି ଭାବେ ଗତ ୨୪ ଘଣ୍ଟାରେ ୧୧୭୯ଜଣ କରୋନା ଆକ୍ରାନ୍ତ ମୃତ୍ୟୁବରଣ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular