spot_img

ରାଜଧାନୀରୁ ଆଉ ୮୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱରଭୁବନେଶ୍ୱରରୁ ଚିହ୍ନଟ ହେଲେ ଆଉ ୮୭  ଜଣ କରୋନା ପଜିଟିଭ୍ । ଏହାସହ ରାଜଧାନୀରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୯୦୭୨ରେ ପହଞ୍ଚିଛି ।ଶୁକ୍ରବାର ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରେ ୧୯ ଜଣ ରହିଥିବା ବେଳେ ୬୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ୨୩୭ ଜଣ ଆରୋଗ୍ୟ ଲାଭ କରିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜଧାନୀରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୦୭୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୫୭୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୩୧୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୬୪ ଜଣଙ୍କର ମୃତ୍ୟୁ ହୋଇଛି ।

 

 

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular