କାୟା ମେଲାଉଛି କରୋନା । ୨୪ ଘଣ୍ଟାରେ ରାଜ୍ୟରେ ୮୭ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ୫୩ ଜଣ କ୍ୱାରେଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୩୪ ଜଣ ସ୍ଥାନୀୟ ସଂକ୍ରମିତ ଥିବା ସୂଚନା ମିଳିଛି ।ଏ ସମସ୍ତ ଆକ୍ରାନ୍ତ ୧୯ ଜିଲ୍ଲାରୁ ଚିହ୍ନଟ ହୋଇଥିବା ବେଳେ ୧୧ ଜିଲ୍ଲାରୁ କୌଣସି ଆକ୍ରାନ୍ତ ଚିହ୍ନଟ ହୋଇ ନାହାନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୭୧୯୧ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୦୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୪୫୧୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୩୨୧୬୪୧ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 0
Total Visitors : 130430
Total Views : 9891961
Visitors Online Now : 0