ଭୁବନେଶ୍ବର : ରାଜ୍ୟରେ ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୩୬୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୩୬୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୯୧୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୨୪୯୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୭୯୬୨୧୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130170
Total Views : 9891616
Visitors Online Now : 0