ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୮୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୨୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୭ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ଜଣେ, ଦେଓଗଡ଼ ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦୁଝର ଜିଲ୍ଲାରୁ ୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୭ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୯ଜଣ, ସମ୍ବଲପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୭ଜଣ, ଷ୍ଟେଟ୍ ପୁଲ୍ରୁ ଜଣେ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୬୨୬୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୪୪ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୩୩୫୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୮୦୪୩୮୧୭ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।



Visitors Today : 1
Total Visitors : 130303
Total Views : 9891806
Visitors Online Now : 0