spot_img

ଦେଶରେ ୨୪ ଘଣ୍ଟାରେ ୮୮,୬୦୦ କରୋନା ପଜିଟିଭ ଚିହ୍ନଟ

ନୂଆଦିଲ୍ଲୀ: ଦେଶରେ କରୋନା ସ୍ଥିତି ଧିରେ ଧିରେ ଗମ୍ଭୀର ହେବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ମୋଟ ୮୮ ହଜାର ୬୦୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।ଏହି ଆକ୍ରାନ୍ତଙ୍କୁ ମିଶାଇ ଦେଶରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୫୯ ଲକ୍ଷ ୯୨ ହଜାର ୫୩୨ରେ ପହଞ୍ଚିଛି । ଏହି ଆକ୍ରାନ୍ତଙ୍କ ମଧ୍ୟରୁ ବର୍ତ୍ତମାନ ସୁଦ୍ଧା ୪୯ ଲକ୍ଷ ୪୧ ହଜାର ୫୩୨ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଅନ୍ୟପଟେ ଗତ ୨୪ ଘଣ୍ଟାରେ ୧୧୨୪ ଜଣ ଆକ୍ରାନ୍ତ ପ୍ରାଣ ହରାଇଥିବା ବେଳେ ଦେଶରେ ମୋଟ ମୃତ୍ୟୁ ସଂଖ୍ୟା ୯୪ ହଜାର ୫୦୩ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ, ଗତ ୨୪ ଘଣ୍ଟାରେ ଦେଶରେ ଚିହ୍ନଟ ହୋଇଥିବା ମୋଟ ଆକ୍ରାନ୍ତଙ୍କ ଅପେକ୍ଷା ସୁସ୍ଥ ହୋଇଥିବା ବ୍ୟକ୍ତିଙ୍କ ସଂଖ୍ୟା ଅଧିକ । ଦିନକୁ ଦିନ କରୋନା ସଂକ୍ରମଣ ଠାରୁ ସୁସ୍ଥଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଗତ ୨୪ ଘଣ୍ଟାରେ ଦେଶରେ ସୁସ୍ଥତା ସଂଖ୍ୟା ୯୪ ହଜାର ଟପିଥିବା ବେଳେ ସମଗ୍ର ଭାରତ ବର୍ଷରେ ସକ୍ରିୟ କରୋନା ଭାଇରସ ଆକ୍ରାନ୍ତଙ୍କ ସଂଖ୍ୟା ୯.୫ ଲକ୍ଷକୁ ଖସି ଆସିଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular