spot_img

ରାଜ୍ୟରେ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର : ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୩କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୯ ମୃତକଙ୍କ ମଧ୍ୟରୁ ସମ୍ବଲପୁର ଜିଲ୍ଲାରୁ ୪ ଜଣ, କଟକ ଜିଲ୍ଲାରୁ ୨ ଜଣ, ଗଞ୍ଜାମ, କେନ୍ଦୁଝର, ନୟାଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । କଟକ ଜିଲ୍ଲାର ଜଣେ ୬୭ ବର୍ଷ ବୟସ୍କା ମହିଳା ଯିଏ ଉଚ୍ଚ ରକ୍ତଚାପ ଏବଂ କ୍ରୋନିକ୍ କିଡନୀ ରୋଗରେ ପୀଡିତ ଥିଲେ । ଅନ୍ୟ ଜଣେ ୫୦ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୫୭୧୨୬ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୭୫୩୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୯୨୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୩୩୩ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୫୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୮୫୫୭୧୩ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular