ଭୁବନେଶ୍ୱର : ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପ ସାଗରରେ ଲଘୁଚାପ ଦାନା ବାନ୍ଧୁଛି। ଅକ୍ଟୋବର ୯ରେ ଏହା ଲଘୁଚାପରେ ପରିଣତ ହେବା ସହ ୧୦ ତାରିଖରେ ଅବପାତ ରୂପ ନେବ। ପ୍ରଭାବରେ ୧୧ ତାରିଖଠାରୁ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷା ଲାଗିରହିବ। ଉପକୂଳ ଓଡ଼ିଶାରେ ଘଣ୍ଟା ପ୍ରତି ୪୫ରୁ ୫୫ କିମି ବେଗରେ ପବନ ବହିବାର ସମ୍ଭାବନା ଥିବାରୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି। ଯେଉଁମାନେ ଗଭୀର ସମୁଦ୍ରରେ ରହିଛନ୍ତି ସେମାନେ ୧୦ ତାରିଖ ରାତି ସୁଦ୍ଧା ଉପକୂଳକୁ ଫେରି ଆସିବାକୁ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ସମ୍ଭାବ୍ୟ ବର୍ଷାକୁ ଦୃଷ୍ଟିରେ ରଖି ୧୧ ଜିଲ୍ଲା ପାଇଁ ଅରେଞ୍ଜ ଆଲର୍ଟ ଜାରି ହୋଇଛି। ପାଣିପାଗ କେନ୍ଦ୍ର ନିର୍ଦେଶକ ଏଚ୍ ଆର ବିଶ୍ବାସ କହିଛନ୍ତି ଯେ ୯ ତାରିଖରେ ସୃଷ୍ଟି ହେବାକୁ ଥିବା ଲଘୁଚାପ ଯୋଗୁଁ ୧୧ ଓ ୧୨ ତାରିଖରେ ମାଲକାନଗିରି, କୋରାପୁଟ, ଗଜପତି, ରାୟଗଡ଼ା ଓ ଗଞ୍ଜାମରେ ପ୍ରବଳରୁ ଅତିପ୍ରବଳ ଏବଂ ପୁରୀ, କନ୍ଧମାଳ, ଖୋର୍ଦ୍ଧା, ଜଗତସିଂହପୁର, କଳାହାଣ୍ଡି ଓ ନବରଙ୍ଗପୁରରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।



Visitors Today : 1
Total Visitors : 130423
Total Views : 9891953
Visitors Online Now : 0