spot_img

ରାଜ୍ୟରେ ଆଉ ୯୨ କୋଭିଡ୍ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ଜଣେ, ବାଲେଶ୍ୱର ଜିଲ୍ଲାରୁ ୫ଜଣ, ବରଗଡ଼ ଜିଲ୍ଲାରୁ ୧୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଜଗତସିଂହପୁର ଜିଲ୍ଲାରୁ ଜଣେ, ଯାଜପୁର ଜିଲ୍ଲାରୁ ୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୪ଜଣ, କେନ୍ଦୁଝର ଜିଲ୍ଲାରୁ ୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୩୫୮୮୯ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୭୮୭ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୩୩୩୧୩୯ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୭୯୩୦୭୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular