spot_img

ରାଜ୍ୟରେ ଚିହ୍ନଟ ହେଲେ ଆଉ ୯୪ କୋଭିଡ୍ ପଜିଟିଭ୍

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି। ଗତ ୨୪ ଘଣ୍ଟା ମଧ୍ୟରେ ୯୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୦୧୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୬ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular