ଭୁବନେଶ୍ୱର : ଆସନ୍ତା ୧୨ ଘଣ୍ଟା ମଧ୍ୟରେ ରାଜ୍ୟରେ କେତକେ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭବାନ ରହିଛି । ଆଜି ମଧ୍ୟାହ୍ନ ସୁଦ୍ଧା ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ମାଲକାନଗିରି, କେରାପୁଟ ଜିଲ୍ଲାରେ ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟ ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତରୀଣ ଓଡିଶାର କେତେକେ ଜିଲ୍ଲା ଯଥା, ଗଜପତି , କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, ସୁନ୍ଦରଗଡ, କେନ୍ଦୁଝର, ମୟୁରଭଞ୍ଜ, ବାଲେଶ୍ୱର, ଓ ଭଦ୍ରକ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ହୋଇପାରେ । ଏଥିସହ ଶନିବାର ପୂର୍ବାହ୍ନ ସୁଦ୍ଧା ରାୟଗଡା, କନ୍ଧମାଳ, ସୁନ୍ଦରଗଡ, ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର କେତେକ ସ୍ଥାନରେ ଘଡଘଡି ସହ ବଜ୍ରପାତ ହେବାର ସମ୍ଭବନା ରହିଛି ବୋଲି ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅକ୍ଟୋବର ୬ ତାରିଖ ଠାରୁ ପୁଣି ଥରେ ବର୍ଷାର ପରିମାଣ ବଢିବାର ସମ୍ଭାବନା ରହିଛି ।



Visitors Today : 2
Total Visitors : 130183
Total Views : 9891634
Visitors Online Now : 0