ଭୁବନେଶ୍ୱର: ରାଜ୍ୟ ତଥା ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳ ଉପରେ ଏକାଧିକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାର ଜିଲ୍ଲା ଏବଂ ଉପକୂଳ ଓଡ଼ିଶାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମିଳିଥିବା ସୂଚନା ଅନୁଯାୟୀ, ଏହି ୨୪ ଘଣ୍ଟା ମଧ୍ୟରେ ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ବୌଦ୍ଧ, ଝାରସୁଗୁଡା, ବରଗଡ, ଦେଓଗଡ, ସୁନ୍ଦରଗଡ, କେନ୍ଦୁଝର ଏବଂ ମୟୂରଭଞ୍ଜର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯିବା ସହ ବର୍ଷା ଓ ବଜ୍ରପାତ ସମୟରେ ଘର ଭିତରୁ ବାହାରକୁ ନ ବାହାରିବା ପାଇଁ ଜନସାଧାରଣଙ୍କୁ ସତର୍କ ସୂଚନା ଜାରି କରାଯାଇଛି।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0