spot_img

ରାୟପୁରରେ ବସ୍-ଟ୍ରକ ମୁହାଁମୁହିଁ, ୭ମୃତ

ରାୟପୁର : ଛତିଶଗଡ଼ ଚେରିଖେଡ଼ିରେ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି । ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଯାହାଫଳେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୭ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ସ୍ଥାନୀୟ ପ୍ରସାସନ ନିକଟସ୍ଥ ମେଡିକାଲରେ ଚିକିତ୍ସା ନିମନ୍ତେ ଭର୍ତ୍ତି କରିଛନ୍ତି । ଓଡ଼ିଶାର ଗଞ୍ଜାମ ଜିଲ୍ଲାରୁ କିଛି ଶ୍ରମିକ ନେଇ ଗୁଜରାଟର ସୁରତ ଅଭିମୁଖେ ଯାଉଥିଲା ଏକ ବସ୍ । କିନ୍ତୁ ଛତିଶଗଡ଼ ରାୟପୁର ନିକଟସ୍ଥ ଚେରିଖେଡି ନିକଟରେ ବସ୍ ଓ ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି । ଦୁର୍ଘଟଣାରେ ୭ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୧୦ଜଣ ଆହତ ହୋଇଥିବା ସୂଚନା ମିଳିଛି। ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି କରାଯାଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular