ଭୁବନେଶ୍ବର ୪।୭: ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ଗତକାଲି ରେକର୍ଡ ସଂଖ୍ୟକ ୫୬୧ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ଆଜି ୪୯୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେହିପରି ୫ ଜଣଙ୍କ ମୃତ୍ୟୁ ହୋଇଛନ୍ତି । ମୃତକଙ୍କ ମଧ୍ୟରେ ଗଂଜାମରୁ ୩ ଜଣ ଓ ଖୋର୍ଦ୍ଧାରୁ ୨ ଜଣ ଅଛନ୍ତି । ତେବେ ମୃତକଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ମୃତକଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାର ୨୦ ଜଣ ଅଛନ୍ତି। ସେହିପରି ଖୋର୍ଦ୍ଧା ଜିଲ୍ଲାରେ ମୃତ୍ୟୁ ସଂଖ୍ୟା ୭ରେ ପହଞ୍ଚିଥିବା ବେଳେ କଟକରୁ ୪, ଅନୁଗୋଳ, ବରଗଡ଼ ଓ ପୁରୀରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।
ଖୋର୍ଦ୍ଧା ଜିଲ୍ଲାର ଦୁଇ ମୃତକ ଭୁବନେଶ୍ବରର ବୋଲି ଜଣାପଡିଛି । ୫୧ ବର୍ଷ ବୟସ୍କ ପୁରୁଷ ଜଣଙ୍କ ପ୍ଲୁରାଲ୍ ଯକ୍ଷ୍ମା ରୋଗରେ ପୀଡିତ ଥିଲେ । ସେହିଭଳି ୬୪ ବର୍ଷ ବୟସ୍କ ଅନ୍ୟ ଜଣେ ପୁରୁଷ ମଧୁମେହ ରୋଗରେ ପୀଡିତ ଥିଲେ । ସେହିପରି ଗଞ୍ଜାମ ଜିଲ୍ଲାର ୫୦ ବର୍ଷ ବୟସ୍କ ପୁରୁଷ ଜଣଙ୍କ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଜିଲ୍ଲାର ଅନ୍ୟ ଦୁଇ ମୃତକ ୨୭ ବର୍ଷ ଏବଂ ୩୫ ବର୍ଷ ବୟସ୍କ ପୁରୁଷ ରହିଛନ୍ତି ।



Visitors Today : 0
Total Visitors : 130166
Total Views : 9891611
Visitors Online Now : 0