spot_img

ଭୁବନେଶ୍ୱରରୁ ଆଜି ୪୮୩ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ସର୍ବାଧିକ ୪୮୩ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୪୮୩ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୨୯୫ରେ ପହଞ୍ଚିଛି । ରବିବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୨୦୫ ଜଣ ରହିଥିବା ବେଳେ ୨୭୮ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୩୫୪ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।

ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୨୯୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୦୧୪ଟି ଆକ୍ଟିଭ୍ କେସ ରହିଥିବା ବେଳେ ୮୨୨୧ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୪୮ ଜଣଙ୍କର ମୃତ୍ୟୁ ହୋଇଛି ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular