ଭୁବନେଶ୍ୱର : ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ସେପ୍ଟେମ୍ବର ୮ ତାରିଖ, ମଙ୍ଗଳବାର ଅପରାହ୍ନ ମଧ୍ୟରେ ରାଜ୍ୟର ବହୁ ଜିଲ୍ଲାରେ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରି ଏକ ସତର୍କ ସୂଚନାରେ କୁହାଯାଇଛି। ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ କନ୍ଧମାଳ, କଳାହାଣ୍ଡି, ରାୟଗଡା, ଗଜପତି, ଗଞ୍ଜାମ, ନୟାଗଡ଼, କେନ୍ଦୁଝର, ମୟୂରଭଞ୍ଜ, ଅନୁଗୁଳ, ଢ଼େଙ୍କାନାଳ, ସୁନ୍ଦରଗଡ, ଦେବଗଡ, ନୂଆପଡା, ବରଗଡ, ସମ୍ବଲପୁର, ବଲାଙ୍ଗୀର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ସେହିପରି ମଙ୍ଗଳବାର, ୮ ତାରିଖ ଅପରାହ୍ନ ମଧ୍ୟରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶା, ସମେତ କନ୍ଧମାଳ, ରାୟଗଡା, ଗଜପତି, ନବରଙ୍ଗପୁର ଜିଲ୍ଲାରେ ହାଲୁକାରୁ ମଧ୍ୟମ ବର୍ଷା କିମ୍ବା ବଜ୍ରପାତ ହେବାର ସମ୍ଭାବନା ରହିଛି। ତେବେ, ଏହି ସମୟ ମଧ୍ୟରେ ମାଲକାନଗିରି, କୋରାପୁଟ, ଗଞ୍ଜାମ, ଗଜପତି, ରାୟଗଡା, ମୟୂରଭଞ୍ଜ, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ସୁନ୍ଦରଗଡ, ଦେବଗଡ, ଅନୁଗୁଳ, ଢ଼େଙ୍କାନାଳ, ବାଲେଶ୍ୱର ଜିଲ୍ଲାର ଗୋଟିଏ କିମ୍ବା ଦୁଇଟି ସ୍ଥାନରେ ବଜ୍ରପାତ ହେବାର ସମ୍ଭାବନା ରହିଛି।
ତେଣୁ, ଏହାକୁ ଦୃଷ୍ଟିରେ ରଖି ଏହି ସମସ୍ତ ଜିଲ୍ଲା ପାଇଁ ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ୟେଲୋ ଓ୍ଵାର୍ଣ୍ଣିଂ ଜାରି କରାଯାଇଛି ।



Visitors Today : 3
Total Visitors : 130429
Total Views : 9891960
Visitors Online Now : 0