spot_img

ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କ ପରଲୋକ

ଭୁବନେଶ୍ୱର: ପୂର୍ବତନ ରାଜ୍ୟସଭା ସାଂସଦ ନରେନ୍ଦ୍ର ସ୍ୱାଇଁଙ୍କର ପରଲୋକ ହୋଇଛି । ମୃତ୍ୟୁ ବେଳକୁ ତାଙ୍କୁ ପ୍ରାୟ ୮୨ ବର୍ଷ ବୟସ ହୋଇଥିଲା । ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ନରେନ୍ଦ୍ରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ଶୋକ ପ୍ରକାଶ କରିଛନ୍ତି । ସେ ଜଣେ କର୍ତ୍ତବ୍ୟନିଷ୍ଠ ଓ ଦକ୍ଷ ସଂଗଠକ ଥିଲେ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି । ୨୦୧୫ ମସିହା ଡିସେମ୍ବର ୭ ତାରିଖରୁ , ୨୦୨୦ ଏପ୍ରିଲ ୨ ପର୍ଯ୍ୟନ୍ତ ରାଜ୍ୟସଭା ସାଂସଦ ଓ ଓଟିଡିସିର ଚେୟାରମ୍ୟାନ ଥିଲେ ଦିବଙ୍ଗତ ସାଂସଦ । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ସହ ଅନ୍ୟ ବିଶିଷ୍ଟ ବ୍ୟକ୍ତିବିଶେଷ ତାଙ୍କ ମୃତ୍ୟୁରେ ଶୋକ ପ୍ରକାଶ କରିଛନ୍ତି । ତାଙ୍କ ମୃତ୍ୟୁରେ ଓଡ଼ିଶା ଜଣେ ଦକ୍ଷ ନେତାଙ୍କୁ ହରାଇଲା ।

LEAVE A REPLY

Please enter your comment!
Please enter your name here

- Advertisment -

Most Popular