ଭୁବନେଶ୍ୱର : ସାରା ରାଜ୍ୟରେ ମହାମାରୀ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଆଜି ପୁଣି ଭୁବନେଶ୍ୱରରୁ ୩୯୪ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହି ୩୯୪ ଜଣ ଆକ୍ରାନ୍ତଙ୍କୁ ମିଶାଇ ରାଜଧାନୀରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୩୬୮୯ରେ ପହଞ୍ଚିଛି । ସୋମବାର ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟାଇନ ସେଣ୍ଟରରୁ ୧୬୯ ଜଣ ରହିଥିବା ବେଳେ ୨୩୫ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ଏହାସହ ଆଜି ୩୦୮ ଜଣ ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି । ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି ।
Update on newly detected & cured #COVID19 cases in the last 24 hrs under the BMC area on 7th Sep 2020(till 9am).
Further contact tracing is still continuing.
Primary contacts & nearby houses are being quarantined, sanitized & will be under active surveillance. pic.twitter.com/0oYHQpWvpp— BMC (@bmcbbsr) September 7, 2020
ମିଳିଥିବା ସୂଚନା ଅନୁଯାୟୀ, ଭୁବନେଶ୍ୱରରେ ବର୍ତ୍ତମାନ ସୁଦ୍ଧା ମୋଟ ୧୩୬୮୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୫୦୯୯ଟି ଆକ୍ଟିଭ୍ କେସ ରହିଥିବା ବେଳେ ୮୫୨୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ବର୍ତ୍ତମାନ ସୁଦ୍ଧା ୪୯ ଜଣଙ୍କର ମୃତ୍ୟୁ ହୋଇଛି ।



Visitors Today : 2
Total Visitors : 130171
Total Views : 9891617
Visitors Online Now : 0