ଭୁବନେଶ୍ୱର: ରାଜ୍ୟ ପାଇଁ ଖୁସି ଖବର । ଆଜି ପୁଣି ୩୧୧୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଏବଂ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ଏହି ୩୧୧୦ ଜଣ ସୁସ୍ଥଙ୍କୁ ମିଶାଇ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୦୫୨୯୫କୁ ବୃଦ୍ଧି ଘଟିଛି । ସୁସ୍ଥ ହୋଇଥିବା ଏହି ୩୧୧୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୦୨୩ ଜଣ, ପୁରୀ ଜିଲ୍ଲାରୁ ୨୧୫ ଜଣ, କଟକ ଜିଲ୍ଲାରୁ ୨୦୨ ଜଣ, ମୟୂରଭଂଜ ଜିଲ୍ଲାରୁ ୧୫୪ ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୩୧ ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୨୩ ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୩ ଜଣ, ସମ୍ବଲପୁର ଜିଲ୍ଲାରୁ ୧୦୨ ଜଣ ଓ ଯାଜପୁର ଜିଲ୍ଲାରୁ ୧୦୦ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଗଂଜାମ ଜିଲ୍ଲାରୁ ୯୮ ଜଣ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ା, କୋରାପୁଟ ଜିଲ୍ଲାରୁ ୯୫ ଜଣ ଲେଖାଏଁ, କଳାହାଣ୍ଡି, କନ୍ଧମାଳ, କେନ୍ଦୁଝର ଜିଲ୍ଲାରୁ ୬୦ ଜଣ ଲେଖାଏଁ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ ଜଣ, ରାୟଗଡ଼ା ଜିଲ୍ଲାରୁ ୫୦ ଜଣ, ଭଦ୍ରକ ଜିଲ୍ଲାରୁ ୪୩ ଜଣ, ଜଗତସିଂହପୁର ଜିଲ୍ଲାରୁ ୪୨ ଜଣ, ବଲାଙ୍ଗୀର ଜିଲ୍ଲାରୁ ୪୧ ଜଣ, ନବରଂଗପୁର ଜିଲ୍ଲାରୁ ୩୪ ଜଣ, ମାଲକାନଗିରି ଜିଲ୍ଲାରୁ ୩୨ ଜଣ, ନୟାଗଡ଼ ଜିଲ୍ଲାରୁ ୨୯ ଜଣ, ଗଜପତି ଜିଲ୍ଲାରୁ ୨୦ ଜଣ, ସୁବର୍ଣ୍ଣପୁର ଜିଲ୍ଲାରୁ ୨୦ ଜଣ, ନୂଆପଡ଼ା ଜିଲ୍ଲାରୁ ୧୬ ଜଣ, ବୌଦ୍ଧ ଜିଲ୍ଲାରୁ ୭ ଜଣ, ଅନୁଗୁଳ ଜିଲ୍ଲାରୁ ୩ ଜଣ, ଦେବଗଡ଼ ଜିଲ୍ଲାରୁ ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।



Visitors Today : 5
Total Visitors : 130180
Total Views : 9891630
Visitors Online Now : 0