spot_img

ଗୁମ୍ମା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍, ଆହତଙ୍କୁ ମେଡିକାଲରେ ଭର୍ତ୍ତି

ରାୟଗଡା : ଗୁମ୍ମା ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌ । ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ ଶ୍ରମିକଙ୍କୁ ନେଇ ତାମିଲନାଡୁ ଯାଉଥିବା ବେଳେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ୪ଜଣ ଶ୍ରମିକ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି।

1

ଖବର ଅନୁଯାୟୀ, ଆଜି ଅପରାହ୍ନ ସମୟରେ ଏକ ଯାତ୍ରୀବାହୀବସ୍‌ ବଲାଙ୍ଗୀର ଓ ବୌଦ୍ଧ ଜିଲ୍ଲାରୁ କିଛି ଶ୍ରମିକଙ୍କୁ ନେଇ ତାମିଲନାଡୁ ଅଭିମୁଖେ ଯାଉଥିଲା । କିନ୍ତୁ ରାୟଗଡ଼ା ଗୁମ୍ମା ଘାଟି ନିକଟରେ ବସ୍‌ଟି ଭାରସାମ୍ୟ ହରାଇ ଓଲଟିପଡିଛି । ଯାହାଫଳରେ କି ବସ୍‌ରେ ଥିବା ଯାତ୍ରୀମାନଙ୍କ ମଧ୍ୟରୁ ୪ଜଣ ଆହତ ହୋଇଥିବା ଜଣାପଡିଛି । ତେବେ ଆହତମାନଙ୍କୁ ଉଦ୍ଧାର କରି ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି । ଦୁର୍ଘଟଣାରେ କୌଣସି ବ୍ୟକ୍ତି ଗୁରୁତର ଥିବା ଜଣାପଡିନାହିଁ । ଏକ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଛନ୍ତି ଶ୍ରମିକମାନେ ।

 

LEAVE A REPLY

Please enter your comment!
Please enter your name here

- Advertisment -

Most Popular