ଭୁବନେଶ୍ୱର: ସେପ୍ଟେମ୍ବର ୧୩ ସୁଦ୍ଧା ପୁଣି ଏକ ଲଘୁଚାପ । ଏହାର ପ୍ରଭାବରେ ରାଜ୍ୟର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିିଛି । ପଶ୍ଚିମ-କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି, ଯାହା ୧୩ ତାରିଖ ବେଳକୁ ଲଘୁଚାପର ରୂପ ନେବ ବୋଲି ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଲଗାତାର ୫ ଦିନ ପର୍ଯ୍ୟନ୍ତ ପ୍ରବଳ ବର୍ଷାର ସମ୍ଭାବନା ରହିଥିବା ବେଳେ ୨୧ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେହି ଜିଲ୍ଲାଗୁଡିକ ହେଲା- ବାଲେଶ୍ୱର, ଭଦ୍ରକ, କଟକ, ଜଗତସିଂହପୁର, ଯାଜପୁର, କେନ୍ଦ୍ରାପଡା, ଗଜପତି, ଗଞ୍ଜାମ, ଖୋର୍ଦ୍ଧା, ପୁରୀ, ନୟାଗଡ, କଳାହାଣ୍ଡି, କନ୍ଧମାଳ, ବୈାଦ୍ଧ, ବଲାଙ୍ଗିର, ସୁବର୍ଣ୍ଣପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ, କେନ୍ଦୁଝର ଓ ମୟୂରଭଞ୍ଜ । ଏହି ଜିଲ୍ଲା ଗୁଡିକରେ ବଜ୍ରପାତ ସହ ବର୍ଷା ହେବାର ସମ୍ଭାବନା ରହିଛି । ସେଥିପାଇଁ ସମୁଦ୍ର ଭିତରକୁ ଯିବା ପାଇଁ ମତ୍ସ୍ୟଜୀବୀଙ୍କୁ ପରାମର୍ଶ ଦିଆଯାଇଛି ।



Visitors Today : 4
Total Visitors : 130173
Total Views : 9891620
Visitors Online Now : 0